Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଦେଶବ୍ୟାପୀ ମେଗା ସାଇକ୍ଲୋଥନ ପ୍ରତିଯୋଗୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସୁସ୍ଥ ଜୀବନଶୈଳୀ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଁ ଦେଶବ୍ୟାପୀ ମେଗା ସାଇକ୍ଲୋଥନ କାର୍ଯ୍ୟକ୍ରମରେ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରଶଂସା କରିଛନ୍ତି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ର ମନ୍ତ୍ରୀ ଡଃ ଭାରତୀ ପ୍ରବୀଣ ପାୱାରଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସୁସ୍ଥ ଜୀବନଶୈଳୀ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଁ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ଶୁଭେଚ୍ଛା ଜଣାଉଛି ।”