Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆମେରିକାର ଅଗ୍ରଣୀ ବୃତ୍ତିଗତଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଆମେରିକାର ଅଗ୍ରଣୀ ବୃତ୍ତିଗତଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଜୁନ୍ ୨୩ରେ ୱାଶିଂଟନ୍ ଡିସିର ଜନ୍ ଏଫ୍‌. କେନେଡି କେନ୍ଦ୍ରରେ ଅଗ୍ରଣୀ ବୃତ୍ତିଗତଙ୍କ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି । 

ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ(ୟୁଏସଆଇଏସପିଏଫ୍‌) ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଆମେରିକାର ବିଦେଶ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ୍ ମଧ୍ୟ ଏଥିରେ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ ସମ୍ପ୍ରତି ଭାରତରେ ଚାଲିଥିବା ବ୍ୟାପକ ପରିବର୍ତ୍ତନ ଏବଂ ବିଭିନ୍ନ କ୍ଷେତ୍ରରେ ହେଉଥିବା ପ୍ରଗତି ଉପରେ ଆଲୋକପାତ କରିଥିଲେ । ‘ଏବେ ହିଁ ସମୟ’ ବୋଲି କହି ପ୍ରଧାନମନ୍ତ୍ରୀ ସେମାନଙ୍କୁ ଭାରତ ସହ ସହଭାଗିତା ସ୍ଥାପନ କରିବାକୁ ଆମନ୍ତ୍ରଣ କରିଥିଲେ ।

ଏଥିରେ ବିଭିନ୍ନ କ୍ଷେତ୍ରରୁ ଆସିଥିବା ପ୍ରାୟ ୧ ହଜାର ଜଣ ପେସାଦାର ଯୋଗଦେଇଥିଲେ ।

SR