ଭିଏତନାମର ଲାଓ–ପିଡିଆର ଠାରେ ଆସିଆନ–ଭାରତ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟାଫର ଲକ୍ସନଙ୍କୁ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ।
ଦୁଇ ପ୍ରଧାନମନ୍ତ୍ରୀ ବ୍ୟବସାୟ, ନିବେଶ, ପ୍ରତିରକ୍ଷା, ନବୀକରଣୀୟ ଉର୍ଜା, ଶିକ୍ଷା, ଡାଏରୀ, କୃଷି ପ୍ରଯୁକ୍ତି, କ୍ରୀଡ଼ା, ପର୍ଯ୍ୟଟନ, ଅନ୍ତରୀକ୍ଷ ଏବଂ ଲୋକଙ୍କ ସହ ଲୋକଙ୍କର ଭାବ ବିନିମୟ ଆଦି ଅନେକ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ନେଇ ଆଲୋଚନା କରିଥିଲେ । କ୍ରମାଗତ ଉଚ୍ଚସ୍ତରୀୟ ସମ୍ପର୍କ ପ୍ରତିଷ୍ଠା କରାଯାଇଥିବାରୁ ଦ୍ୱିପାକ୍ଷିକ ସମ୍ପର୍କ ମଜବୁତ ହୋଇପାରିଛି । ଏହି ପ୍ରସଙ୍ଗରେ ସେ ନିକଟରେ ଭାରତର ରାଷ୍ଟ୍ରପତିଙ୍କ ନ୍ୟୁଜିଲାଣ୍ଡ ଗସ୍ତ କଥା ମନେ ପକାଇଥିଲେ, ଯାହାକି ଏକ ବଡ଼ ସଫଳତା ଥିଲା ।
ଆନ୍ତର୍ଜାତିକ ସୌର ମେଣ୍ଟରେ ସାମିଲ ହେବା ନେଇ ନ୍ୟୁଜିଲାଣ୍ଡର ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ ।
ଦୁଇ ପ୍ରଧାନମନ୍ତ୍ରୀ ବହୁପକ୍ଷୀୟ ମଞ୍ଚରେ ସହଯୋଗକୁ ଅଧିକ ମଜବୁତ୍ କରିବା ନେଇ ନିଜ ନିଜର ପ୍ରତିବଦ୍ଧତା ଦୋହରାଇଥିଲେ ଏବଂ ଭାରତ–ନ୍ୟୁଜିଲାଣ୍ଡ ସମ୍ପର୍କକୁ ଅଧିକ ଶୀର୍ଷକୁ ନେଇଯିବା ଦିଗରେ ପ୍ରତିବଦ୍ଧତାକୁ ମଧ୍ୟ ଦୋହରାଇଥିଲେ ।
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଶ୍ରୀ ଲକ୍ସନଙ୍କୁ ସୁବିଧା ଅନୁସାରେ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ, ଯାହାକୁ ସେ ସ୍ୱୀକାର କରିଥିଲେ ।
SR
Had an excellent meeting with the Prime Minister of New Zealand, Mr. Christopher Luxon. We value our friendship with New Zealand, bound together by a commitment to democracy, freedom and rule of law. Our talks covered sectors such as economic cooperation, tourism, education and… pic.twitter.com/0P2yi4qLlg
— Narendra Modi (@narendramodi) October 10, 2024
PM @narendramodi met PM @chrisluxonmp of New Zealand on the sidelines of the India-ASEAN Summit in Lao PDR. They discussed ways to deepen the India-New Zealand partnership in various sectors, including trade and investment, defence, education, agriculture, space tech, and more. pic.twitter.com/CzTqwJYzE1
— PMO India (@PMOIndia) October 10, 2024