Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ

ପ୍ରଧାନମନ୍ତ୍ରୀଙ୍କୁ ଡୋମିନିକାର ସର୍ବୋଚ୍ଚ ଜାତୀୟ ସମ୍ମାନ


ଡୋମିନିକାର ରାଷ୍ଟ୍ରପତି ସିଲ୍ଭେନି ବ୍ରୁଟୋନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ କୋଭିଡ ୧୯ ମହାମାରୀ ସମୟରେ ଡୋମିନିକାକୁ ସମର୍ଥନ କରିବା ଏବଂ ଭାରତ ଡୋମିନିକା ସମ୍ପର୍କକୁ ସୁଦୃଢ଼ କରିବାରେ ତାଙ୍କର ପ୍ରତିବଦ୍ଧତା ପାଇଁ ସର୍ବୋଚ୍ଚ ଜାତୀୟ ପୁରସ୍କାର – “ଡୋମିନିକା ଆୱାର୍ଡ ଅଫ୍ ଅନର୍‌” ପ୍ରଦାନ କରିଛନ୍ତି ଏହି ଅବସରରେ ଡୋମିନିକାର ପ୍ରଧାନମନ୍ତ୍ରୀ ଶ୍ରୀ ରୁଜଭେଲ୍ଟ ସ୍କେରିଟ୍ ମଧ୍ୟ ଉପସ୍ଥିତ ଥିଲେ ଗୁୟାନାର ରାଷ୍ଟ୍ରପତି . ଇରଫାନ ଅଲି, ବାରବାଡୋସ୍ ପ୍ରଧାନମନ୍ତ୍ରୀ ମିଆ ଅମୋର ମୋଟଲି. ଗ୍ରେନେଡାର ପ୍ରଧାନମନ୍ତ୍ରୀ ଶ୍ରୀ ଡିକ୍କନ ମିସେଲ୍‌, ସେଣ୍ଟ୍ ଲୁସିଆର ପ୍ରଧାନମନ୍ତ୍ରୀ ଫିଲିପ୍ ଜେ.ପିୟରେ ଏବଂ ଆଣ୍ଟିଗୁଆ ବାର୍ବୁଡାର ପ୍ରଧାନମନ୍ତ୍ରୀ ଗ୍ୟାସ୍ଟନ୍ ବ୍ରାଉନ ମଧ୍ୟ ଏହି ପୁରସ୍କାର ସମାରୋହରେ ଉପସ୍ଥିତ ଥିଲେ

ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ଲୋକଙ୍କୁ ଏବଂ ଭାରତ ଡୋମିନିକା ମଧ୍ୟରେ ଥିବା ଗଭୀର ଐତିହାସିକ ତଥା ସାଂସ୍କୃତିକ ସମ୍ପର୍କକୁ ଉତ୍ସର୍ଗ କରିଥିଲେ ଆସନ୍ତା ବର୍ଷରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ବନ୍ଧ ଅଧିକ ସୁଦୃଢ଼ ଏବଂ ଗଭୀର ହେବ ବୋଲି ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି

ଆଜି ୨୦ ନଭେମ୍ବର ୨୦୨୪ରେ ଗୁୟାନାର ଜର୍ଜଟାଉନ୍ରେ ଦ୍ୱିତୀୟ ଭାରତକାରିକମ୍ ଶିଖର ସମ୍ମିଳନୀରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା

**********

SR