ମହାରାଷ୍ଟ୍ରର ମୁମ୍ବାଇରେ ଆଜି ବୋଟ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପିଏମଏନଆରଏଫରୁ ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ମୁମ୍ବାଇର ବୋଟ ଦୁର୍ଘଟଣା ଦୁଃଖଦାୟକ । ମୃତକଙ୍କ ପରିବାର ପ୍ରତି ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତଙ୍କୁ କର୍ତ୍ତୃପକ୍ଷ ସହାୟତା ଯୋଗାଇ ଦେଉଛନ୍ତି: ପିଏମ @narendramodi ”
“ପ୍ରଧାନମନ୍ତ୍ରୀ ବୋଟ ଦୁର୍ଘଟଣାର ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।”
SR
The boat mishap in Mumbai is saddening. Condolences to the bereaved families. I pray that the injured recover soon. Those affected are being assisted by the authorities: PM @narendramodi
— PMO India (@PMOIndia) December 18, 2024
The Prime Minister has announced an ex-gratia of Rs. 2 lakh from PMNRF for the next of kin of each deceased in the boat mishap in Mumbai. The injured would be given Rs. 50,000. https://t.co/EPwReaayYk
— PMO India (@PMOIndia) December 18, 2024