ପ୍ରୟାଗରାଜ ମହାକୁମ୍ଭରେ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ।
ଶ୍ରୀ ମୋଦୀ କହିଛନ୍ତି, ସେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଏବଂ ଅଘଟଣରେ ପ୍ରଭାବିତ ଲୋକଙ୍କୁ ସହାୟତା ପାଇଁ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେଇଛି । ଶ୍ରୀ ମୋଦୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି;
“ପ୍ରୟାଗରାଜ ମହାକୁମ୍ଭରେ ହୋଇଥିବା ଅଘଟଣ ଅତ୍ୟନ୍ତ ଦୁଃଖଦ । ଏହି ଅଘଟଣରେ ଯେଉଁମାନେ ପ୍ରିୟ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏଥିସହିତ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି । ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା କରୁଛି । ଏ ସମ୍ପର୍କରେ ମୁଁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସହ ଆଲୋଚନା କରିଛି ଏବଂ ଲଗାତର ରାଜ୍ୟ ସରକାରଙ୍କ ସହ ସମ୍ପର୍କରେ ରହିଛି ।”
SR
प्रयागराज महाकुंभ में हुआ हादसा अत्यंत दुखद है। इसमें जिन श्रद्धालुओं ने अपने परिजनों को खोया है, उनके प्रति मेरी गहरी संवेदनाएं। इसके साथ ही मैं सभी घायलों के शीघ्र स्वस्थ होने की कामना करता हूं। स्थानीय प्रशासन पीड़ितों की हरसंभव मदद में जुटा हुआ है। इस सिलसिले में मैंने…
— Narendra Modi (@narendramodi) January 29, 2025