Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବେଲଜିୟମ୍‌ର ପ୍ରଧାନମନ୍ତ୍ରୀ ପଦବୀ ଗ୍ରହଣ କରିଥିବାରୁ ବାର୍ଟ ଡେ ୱେଭର୍‌ଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବେଲ୍‌ଜିୟମ୍‌ର ପ୍ରଧାନମନ୍ତ୍ରୀ ପଦବୀ ଗ୍ରହଣ କରିଥିବାରୁ ଶ୍ରୀ ବାର୍ଟ ଡେ ୱେଭର୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ଭାରତ-ବେଲ୍‌ଜିୟମ୍ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା ଏବଂ ବିଶ୍ୱ ପ୍ରସଙ୍ଗରେ ସହଯୋଗ ବୃଦ୍ଧି କରିବା ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଶ୍ରୀ ମୋଦୀ ଆତ୍ମବିଶ୍ୱାସ ବ୍ୟକ୍ତ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

“ପ୍ରଧାନମନ୍ତ୍ରୀ ପଦବୀ ଗ୍ରହଣ କରିଥିବାରୁ ବାର୍ଟ ୱେଭର୍‌ଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଭାରତ-ବେଲ୍‌ଜିୟମ୍ ସମ୍ପର୍କକୁ ଆହୁରି ମଜବୁତ କରିବା ଏବଂ ବିଶ୍ୱବ୍ୟାପୀ ପ୍ରସଙ୍ଗରେ ଆମର ସହଯୋଗକୁ ବଢ଼ାଇବା ପାଇଁ ମୁଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ଉତ୍ସାହିତ ଅଛି । ଆଗାମୀ ଦିନରେ ଆପଣଙ୍କର ସଫଳ କାର୍ଯ୍ୟକାଳ ପାଇଁ କାମନା କରୁଛି ।”

 

 

SR