ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ ମଜବୁତ କରିବା ଏବଂ ବିଶ୍ୱ ପାଇଁ ଏକ ଉନ୍ନତ ଭବିଷ୍ୟତ ଗଠନରେ ସହଯୋଗ କରିବାକୁ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ମିଳିତ ଭାବରେ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀ ଆଗ୍ରହ ପ୍ରକାଶ କରିଛନ୍ତି । ଆଗକୁ ଏକ ସଫଳ କାର୍ଯ୍ୟକାଳ ପାଇଁ ସେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଆପଣଙ୍କର ଐତିହାସିକ ଶୁଭାରମ୍ଭ ଅବସରରେ ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା । ଉଭୟ ଦେଶକୁ ଉପକୃତ କରିବାକୁ ଏବଂ ବିଶ୍ୱ ପାଇଁ ଏକ ଉନ୍ନତ ଭବିଷ୍ୟତ ଗଠନ କରିବାକୁ ମିଳିତ ଭାବରେ କାର୍ଯ୍ୟ କରିବା ପାଇଁ ମୁଁ ଅପେକ୍ଷା କରିଛି । ଆଗକୁ ଏକ ସଫଳ କାର୍ଯ୍ୟକାଳ ପାଇଁ ତାଙ୍କୁ ଶୁଭେଚ୍ଛା!”
SR
Congratulations my dear friend President @realDonaldTrump on your historic inauguration as the 47th President of the United States! I look forward to working closely together once again, to benefit both our countries, and to shape a better future for the world. Best wishes for a…
— Narendra Modi (@narendramodi) January 20, 2025