Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଇସ୍ରାଏଲ୍ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲ୍‌ର ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ନେତନ୍ୟାହୁ ଫୋନ୍ କଲ୍ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ସୂଚନା ଦେଇଛନ୍ତି ଯେ ଆତଙ୍କବାଦର କୌଣସି ରୂପ କିମ୍ବା ଅଭିବ୍ୟକ୍ତି ପାଇଁ କୌଣସି ସ୍ଥାନ ନାହିଁ । କ୍ଷେତ୍ରୀୟ ଉତ୍ତେଜନ ହ୍ରାସ କରିବା ଏବଂ ସମସ୍ତ ପଣବନ୍ଦୀଙ୍କ ସୁରକ୍ଷିତ ମୁକ୍ତିକୁ ସୁନିଶ୍ଚିତ କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି ।

ଶୀଘ୍ର ଶାନ୍ତି ଓ ସ୍ଥିରତା ଫେରାଇ ଆଣିବା ଦିଗରେ ହେଉଥିବା ପ୍ରୟାସକୁ ସମର୍ଥନ କରିବାକୁ ଭାରତ ପ୍ରସ୍ତୁତ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଭାରତ-ଇସ୍ରାଏଲ୍ ରଣନୀତିକ ଭାଗିଦାରିକୁ ଆହୁରି ମଜବୁତ କରିବା ପାଇଁ ଦୁଇ ନେତା ଅନେକ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।

ରୋଶ୍ ହଶନାହ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନେତନ୍ୟାହୁ ଏବଂ ସମଗ୍ର ବିଶ୍ୱରେ ଥିବା ୟିହୁଦୀ ଲୋକଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି ।

ଦୁଇ ନେତା ସମ୍ପର୍କରେ ରହିବାକୁ ସହମତି ପ୍ରକାଶ କରିଛନ୍ତି ।

 

 

SR