Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍ତର ପ୍ରଦେଶର ଫତେହପୁରରେ ହୋଇଥିବା ସଡକ ଦୁର୍ଘଟଣାର ମୃତକମାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶର ଫତେହପୁରରେ ଏକ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

ଉତ୍ତର ପ୍ରଦେଶର ଫତେହପୁରରେ ହୋଇଥିବା ସଡକ ଦୁର୍ଘଟଣା ବେଶ ଦୁଃଖଦ । ଏହି ଦୁର୍ଘଟଣାରେ ଯେଉଁମାନେ ନିଜ ପରିଜନଙ୍କୁ ହରାଇଛନ୍ତି, ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା । ଏହାସହିତ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି: ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ @narendramodi ଫତେହପୁର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପରିଜନମାନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।

SR