ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୋଧେରା ସ୍ଥିତ ମୋଧେଶ୍ୱରୀ ମାତା ମନ୍ଦିର ଗସ୍ତ କରି ଆଜି ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ । ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶ୍ରୀ ମୋଦୀ ଯୋଡ ହସ୍ତରେ ଦେବୀଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିଥିଲେ ଏବଂ ଗର୍ଭଗୃହରେ ଥିବା ମୋଧେଶ୍ୱରୀ ମାତାଙ୍କ ପ୍ରତିମା ଆଗରେ ମୁଣ୍ଡ ନୁଆଁଇଥିଲେ ।
ପ୍ରଧାନମନ୍ତ୍ରୀଙ୍କ ସହ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ଏବଂ ସାଂସଦ ଶ୍ରୀ ସି ଆର ପାଟିଲ ମଧ୍ୟ ଉପସ୍ଥିତ ଥିଲେ ।
ଏହାପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ଗୁଜୁରାଟର ମେହସାନା, ମୋଧେରାରେ ୩୯୦୦ କୋଟିରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉତ୍ସର୍ଗ କରିଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ ମୋଧେରାକୁ ଭାରତର ପ୍ରଥମ ୨୪ଘଣ୍ଟିଆ ସୌରଶକ୍ତି ଚାଳିତ ଗ୍ରାମ ବୋଲି ଘୋଷଣା କରିଥିଲେ ।
HS
Prime Minister @narendramodi prayed for well-being of citizens at the Modheshwari Mata Temple in Gujarat. pic.twitter.com/syHA9fzKpS
— PMO India (@PMOIndia) October 9, 2022
આજે મોઢેશ્વરી માતાના મંદિરે પ્રાર્થના કરતી વેળાએ….. pic.twitter.com/904v74O8sd
— Narendra Modi (@narendramodi) October 9, 2022