Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁରୁ ଦିବସ ଅବସରରେ ଶିକ୍ଷକ ସମାଜକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ; ଜୟନ୍ତୀ ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଦିବସ ଅବସରରେ ଶିକ୍ଷକ ସମାଜକୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଶିକ୍ଷକ ଦିବସର ସ୍ୱତନ୍ତ୍ର ଅବସରରେ ଶିକ୍ଷକ ସମାଜକୁ ଅଭିନନ୍ଦନ । ଯୁବ ମାନସକୁ ନିର୍ମାଣ କରିବାରେ ତଥା ଦେଶ ଗଠନରେ ଶିକ୍ଷକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥା’ନ୍ତି ।

ମୁଁ ଆମର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧା ସୁମନ ଅର୍ପଣ କରୁଛି, ଯିଏକି ନିଜେ ଜଣେ ପ୍ରଖ୍ୟାତ ଶିକ୍ଷକ ଥିଲେ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

***