ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 27 ଡିସେମ୍ବର, 2023 ଦିନ ଅପରାହ୍ନ 12:30 ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।
ଦେଶବ୍ୟାପୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିମାନେ ଯୋଗଦେବେ।
୧୫ ନଭେମ୍ବର, ୨୦୨୩ରେ ଏହାର ଶୁଭାରମ୍ଭ ପରଠାରୁ ପ୍ରଧାନମନ୍ତ୍ରୀ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ନିୟମିତ ଭାବରେ ଆଲୋଚନା କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ (30 ନଭେମ୍ବର, 9 ଏବଂ ଡିସେମ୍ବର ୧୬) ଏହି ଆଲୋଚନା ହୋଇଛି। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ନିକଟରେ ତାଙ୍କର ବାରଣାସୀ ଗସ୍ତ ସମୟରେ କ୍ରମାଗତ ଦୁଇ ଦିନ (ଡିସେମ୍ବର ୧୭–୧୮) ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀଙ୍କ ସହ ପ୍ରତ୍ୟକ୍ଷ ଭାବରେ ଆଲୋଚନା କରିଛନ୍ତି ।
କେନ୍ଦ୍ରୀୟ ଯୋଜନାଗୁଡ଼ିକର ଶତ ପ୍ରତିଶତ ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚିପାରିବ ସେହି ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି ।
BS