ଭାରତୀୟ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୬ ତାରିଖ ଅପରାହ୍ଣ ପ୍ରାୟ ୫ଟାରେ ସୁପ୍ରିମକୋର୍ଟର ପ୍ରଶାସନିକ ଭବନ ପରିସରରେ ଆୟୋଜିତ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ । ସେ ଭାରତୀୟ ନ୍ୟାୟପାଳିକାର ବାର୍ଷିକ ରିପୋର୍ଟ (୨୦୨୩-୨୪) ଉନ୍ମୋଚନ କରିବେ। ଏହି ଅବସରରେ ସେ ଏକ ସମାବେଶକୁ ସମ୍ବୋଧିତ କରିବେ।
ସୁପ୍ରିମକୋର୍ଟ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ପ୍ରଧାନ ବିଚାରପତି ଏବଂ ସୁପ୍ରିମକୋର୍ଟର ଅନ୍ୟ ବିଚାରପତିମାନେ ମଧ୍ୟ ଉପସ୍ଥିତ ରହିବେ।
*******
P.S.