ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଦେଶର କୋଭିଡ -୧୯ ପରିସ୍ଥିତି, ସ୍ୱାସ୍ଥ୍ୟ ଭିତ୍ତିଭୂମି ତଥା ପ୍ରସ୍ତୁତି, ଦେଶରେ ଟିକାକରଣ ଅଭିଯାନର ସ୍ଥିତି ଏବଂ ନୂତନ କୋଭିଡ -୧୯ ପ୍ରକାରର ଉତ୍ପତ୍ତି ଏବଂ ଜନସ୍ୱାସ୍ଥ୍ୟ ଉପରେ ଏହାର ପ୍ରଭାବ ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି । ଏହି ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କେତେକ ଦେଶରେ କୋଭିଡ-୧୯ ମାମଲାରେ ବୃଦ୍ଧିକୁ ଦୃଷ୍ଟିରେ ରଖି ଅନୁଷ୍ଠିତ ହୋଇଛି ।
ସ୍ୱାସ୍ଥ୍ୟ ସଚିବ ଏବଂ ନୀତି ଆୟୋଗର ସଦସ୍ୟଙ୍କ ଦ୍ୱାରା ଦେଶରେ ବୃଦ୍ଧି ପାଉଥିବା ମାମଲା ସମେତ ବିଶ୍ୱରେ କୋଭିଡ -୧୯ ପରିସ୍ଥିତିକୁ ନେଇ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦିଆଯାଇଥିଲା ଯେ ଭାରତରେ ୨୨ ଡିସେମ୍ବର, ୨୦୨୨ ରେ ଶେଷ ହୋଇଥିବା ସପ୍ତାହରେ ଦୈନିକ ହାରାହାରି ମାମଲା ସଂଖ୍ୟା ୧୫୩ କୁ ଏବଂ ସାପ୍ତାହିକ ପଜିଟିଭ ହାର ୦.୧୪% ନିୟମିତ ହ୍ରାସ ପାଇବାରେ ଲାଗିଛି । ତେବେ ଗତ ୬ ସପ୍ତାହ ମଧ୍ୟରେ ସମଗ୍ର ବିଶ୍ୱରେ ହାରାହାରି ଦୈନିକ ୫.୯ ଲକ୍ଷ ମାମଲା ରିପୋର୍ଟ ହେଉଛି ।
ପ୍ରଧାନମନ୍ତ୍ରୀ ଆତ୍ମସନ୍ତୋଷ ବିରୋଧରେ ଚେତାବନୀ ଦେଇଛନ୍ତି ଏବଂ କଡାକଡି ଭାବେ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି । ସେ ଦୋହରାଇଛନ୍ତି ଯେ କୋଭିଡ ଏପର୍ଯ୍ୟନ୍ତ ସମାପ୍ତ ହୋଇନାହିଁ ଏବଂ ବିଶେଷ କରି ଅନ୍ତର୍ଜାତୀୟ ବିମାନବନ୍ଦରରେ ଚାଲିଥିବା ନୀରିକ୍ଷଣ ପଦକ୍ଷେପକୁ ଦୃଢ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ସବୁ ସ୍ତରରେ କୋଭିଡ ଯନ୍ତ୍ରପାତି, ପ୍ରସ୍ତୁତି ପ୍ରକ୍ରିୟା ଏବଂ ମାନବ ସମ୍ବଳ ଦୃଷ୍ଟିରୁ ଭିତ୍ତିଭୂମିକୁ ଏକ ଉଚ୍ଚ ସ୍ତରରେ ପ୍ରସ୍ତୁତି ନିଶ୍ଚିତ କରିବାକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଅମ୍ଳଜାନ ସିଲିଣ୍ଡର, ପିଏସ୍ଏ ପ୍ଲାଣ୍ଟ, ଭେଣ୍ଟିଲେଟର ଏବଂ ମାନବ ସମ୍ବଳ ସମେତ ହସ୍ପିଟାଲ ଭିତ୍ତିଭୂମିର କାର୍ଯ୍ୟ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ କୋଭିଡ ପାଇଁ ଥିବା ବ୍ୟବସ୍ଥାଗୁଡିକର ଅଡିଟ୍ କରିବାକୁ ସେ ରାଜ୍ୟମାନଙ୍କୁ ପରାମର୍ଶ ଦେଇଛନ୍ତି ।
ପରୀକ୍ଷା ଏବଂ ଜେନୋମିକ୍ ସିକ୍ୱେନ୍ସିଂ ବଢାଇବାକୁ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟମାନଙ୍କୁ ଜେନୋମ ସିକ୍ୱେନ୍ସିଂ ପାଇଁ ର୍ନିଦ୍ଦିଷ୍ଟ ଆଇଏନଏସଏସିଓଜି ଜେନୋମ ସିକ୍ୱେନ୍ସିଂ ପରୀକ୍ଷାଗାର (ଆଜିଏସଏଲଏସ) ସହିତ ଅଧିକ ସଂଖ୍ୟକ ନମୂନା ପଠାଇବାକୁ କୁହାଯାଇଛି । ଏହା ସଠିକ୍ ସମୟରେ ଏହି ନୂତନ ପ୍ରଜାତିକୁ ଚିହ୍ନଟ କରିପାରିବ, ଯଦି ଏହା ଥାଏ, ତେବେ ଆବଶ୍ୟକ ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବା ସହଜ ହେବ ।
ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ କୋଭିଡ ଉପଯୁକ୍ତ ଆଚରଣ ପାଳନ ବିଶେଷ କରି ଆଗାମୀ ଉତ୍ସବ ଋତୁକୁ ଦୃଷ୍ଟିରେ ରଖି ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଅନୁରୋଧ କରିଥିଲେ, । ପ୍ରଧାନମନ୍ତ୍ରୀ ଏହା ମଧ୍ୟ ଅନୁରୋଧ କରିଛନ୍ତି ଯେ ବିଶେଷ ଭାବରେ ସମ୍ବେଦନଶୀଳ ଏବଂ ବୟସ୍କ ବର୍ଗଙ୍କ ପାଇଁ ସତର୍କତାର ଡୋଜ୍ ଫଳପ୍ରଦ ହୋଇପାରେ ।
ଔଷଧ, ଟିକା ଏବଂ ଡାକ୍ତରଖାନା ଶଯ୍ୟା ସମ୍ବନ୍ଧରେ ପର୍ଯ୍ୟାପ୍ତ ଉପଲବ୍ଧତା ରହିଛି ବୋଲି ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦିଆଯାଇଥିଲା । ଅତ୍ୟାବଶ୍ୟକ ଔଷଧର ଉପଲବ୍ଧତା ଏବଂ ମୂଲ୍ୟ ଉପରେ ନିୟମିତ ନଜର ରଖିବାକୁ ସେ ପରାମର୍ଶ ଦେଇଛନ୍ତି ।
ସମୁଖ ଭାଗରେ ରହି କାର୍ଯ୍ୟ କରୁଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସର୍ବଭାରତୀୟ ସ୍ତରରେ ପ୍ରଶଂସିତ କାର୍ଯ୍ୟକୁ ଆଲୋକପାତ କରି ପ୍ରଧାନମନ୍ତ୍ରୀ ସେମାନଙ୍କୁ ସମାନ ନିଃସ୍ୱାର୍ଥପର ତଥା ଉତ୍ସର୍ଗୀକୃତ ଢଙ୍ଗରେ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।
ଏହି ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭିୟ; ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର; ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଭାରତୀ ପ୍ରବୀନ ପାୱାର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ପି.କେ ମିଶ୍ର, ନୀତି ଆୟୋଗ ସିଇଓ ଶ୍ରୀ ପରମେଶ୍ୱରନ୍ ଆୟର, ନୀତି ଆୟୋଗ ସଦସ୍ୟ (ସ୍ୱାସ୍ଥ୍ୟ) ଡକ୍ଟର ଭି କେ ପାଲ ; କ୍ୟାବିନେଟ ସଚିବ ଶ୍ରୀ ରାଜୀବ ଗୌବା ; ପିଏମଓ ଉପଦ୍ଦେଷ୍ଟା ଶ୍ରୀ ଅମିତ ଖେର; ଗୃହ ସଚିବ ଶ୍ରୀ ଏ କେ ଭଲ୍ଲା; ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀ ରାଜେଶ ଭୂଷଣ, ସଚିବ (ଡିଏଚଆର) ଡକ୍ଟର ରାଜୀବ ବାହଲ, ସଚିବ ଫାର୍ମାସ୍ୟୁଟିକାଲ୍ସ (ଆଇ / ସି) ଶ୍ରୀ ଅରୁଣ ବାରୋକାଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
HS
Chaired a meeting to review the public health response to COVID-19. Stressed on ramping up testing, genome sequencing and to ensure operational readiness of COVID infrastructure. Also emphasised on the need to follow COVID appropriate behaviour. https://t.co/RJpUT9XLiq
— Narendra Modi (@narendramodi) December 22, 2022