Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ଏବଂ ଆବୁଧାବୀ ରାଜାଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ


ଆବୁଧାବୀରାଜା ଶେଖ ମହମ୍ମଦ ବିନ ଜାଏଦ ଅଲ ନାହାନଙ୍କ ସହ ଟେଲିଫୋନ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ମୋଦୀ ୟୁଏଇ ସରକାର ଏବଂ ସେଠାକାର ଲୋକଙ୍କୁ ଇଦ-ଉଲ-ଫିତରର ଶୁଭେଚ୍ଛା ଜଣାଇଛନ୍ତି।

କୋଭିଡ-19 ମହାମାରୀ ପରିସ୍ଥିତିସମୟରେ ଦୁଇ ଦେଶ ମଧ୍ୟରେ ହୋଇଥିବା ସହଯୋଗକୁ ନେଇ ଉଭୟ ନେତା ସନ୍ତୋଷ ବ୍ୟକ୍ତ କରିଥିଲେ। ୟୁଏଇରେ ଭାରତୀୟ ନାଗରିକଙ୍କୁ ପ୍ରଦାନ କରାଯାଇଥିବା ସହାୟତା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ୟୁଏଇ ରାଜାଙ୍କୁ ଧନ୍ୟବାଦ ଜଣାଇଥିଲେ ।
ରାଜା, ରାଜକୀୟ ପରିବାର ଓ ୟୁଏଇ ଲୋକଙ୍କ ସ୍ୱାସ୍ଥ୍ୟ ଏବଂ ସେମାନଙ୍କ କଲ୍ୟାଣ ପାଇଁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ ।

**********