ହାମବର୍ଗରେ ଚାଲିଥିବା ଚଳିତ ଜି-20 ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ବୈଠକରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ସହିତ ଆଲୋଚନା କରିଛନ୍ତି ।
ଦୁଇ ନେତା ସେମାନଙ୍କ ଦ୍ୱିପାକ୍ଷିକ ସମ୍ପର୍କରେ ହୋଇଥିବା ଅଗ୍ରଗତି ନେଇ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ନଭେମ୍ବର 2016ରେ ପ୍ରଧାନମନ୍ତ୍ରୀଙ୍କ ଜାପାନ ଗସ୍ତ ସମୟରେ ହୋଇଥିବା ବୈଠକରେ ନିଷ୍ପତ୍ତି ଅନୁଯାୟୀ ହାତକୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ଆଲୋଚନା ହୋଇଥିଲା । ସେବେଠାରୁ ଦ୍ୱିପାକ୍ଷିକ ସମ୍ପର୍କରେ ହୋଇଥିବା ଅଗ୍ରଗତି ନେଇ ପ୍ରଧାନମନ୍ତ୍ରୀ ମୋଦୀ ସନ୍ତୋଷ ବ୍ୟକ୍ତ କରିଥିଲେ ।
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଥିଲେ ଯେ ସେ ପରବର୍ତ୍ତୀ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ଆବେଙ୍କ ଆଗାମୀ ଭାରତ ଗସ୍ତକୁ ଆଗ୍ରହର ସହ ଅପେକ୍ଷା କରି ରହିଛନ୍ତି । ଏହା ପାରସ୍ପରିକ ସହଯୋଗ ବୃଦ୍ଧିରେ ସହାୟକ ହେବ ବୋଲି ସେ ଆଶାବ୍ୟକ୍ତ କରିଥିଲେ ।
*****
Furthering India-Japan ties...Prime Ministers @narendramodi and @AbeShinzo meet on the sidelines of the G20 Summit. pic.twitter.com/MgHnJ9y3Ds
— PMO India (@PMOIndia) July 7, 2017