Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା ମିଃ. ଫିଲିପ ଏତିଏନ୍ନେଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ


ଫ୍ରାନ୍ସ ସାଧାରଣତନ୍ତ୍ରର ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା ମିଃ. ଫିଲିପ ଏତିଏନ୍ନେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ ।

ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ର ସମେତ ସମସ୍ତ କ୍ଷେତ୍ରରେ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ କରିବା ନିମନ୍ତେ ମିଃ ଏତିଏନ୍ନେ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ ।

ଜୁନ 2017ରେ ତାଙ୍କର ସଫଳ ଫ୍ରାନ୍ସ ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଉତ୍ସାହର ସହ ଉଲ୍ଲେଖ କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରତିରକ୍ଷା ଏବଂ ସୁରକ୍ଷା ଭାରତ-ଫ୍ରାନ୍ସ ରଣନୈତିକ ଭାଗିଦାରୀର ଦୁଇଟି ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ଏହି ସବୁ କ୍ଷେତ୍ରରେ ବୃଦ୍ଧି ପାଉଥିବା ଦ୍ୱିପାକ୍ଷିକ ସହଭାଗିତାକୁ ସେ ପ୍ରଶଂସା କରିଥିଲେ ।

ପ୍ରଧାନମନ୍ତ୍ରୀ ମଧ୍ୟ କହିଥିଲେ ଯେ ଯଥାଶୀଘ୍ର ସମ୍ଭବ ଫ୍ରାନ୍ସ ରାଷ୍ଟ୍ରପତି ମାକରୋଂଙ୍କୁ ଭାରତରେ ସ୍ୱାଗତ କରିବା ଲାଗି ସେ ଆଗ୍ରହ ସହକାରେ ଅପେକ୍ଷା କରିଛନ୍ତି ।