Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବିଶିଷ୍ଟ ଟେନିସ୍ ଖେଳାଳି ଶ୍ରୀ ନରେଶ କୁମାରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ଟେନିସ୍ ଖେଳାଳି ଶ୍ରୀ ନରେଶ କୁମାରଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଭାରତୀୟ କ୍ରୀଡ଼ାକୁ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ରୀ ନରେଶ କୁମାର ମନେ ରହିବେ । ସେ ଟେନିସ୍‌କୁ ଲୋକପ୍ରିୟ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଜଣେ ମହାନ ଖେଳାଳି ହେବା ବ୍ୟତୀତ ସେ ଜଣେ ଅତୁଳନୀୟ ପରାମର୍ଶଦାତା ମଧ୍ୟ ଥିଲେ । ତାଙ୍କ ଦେହାନ୍ତ ଅତ୍ୟନ୍ତ ଦୁଃଖ ଦାୟକ । ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କ ପ୍ରତି ସମବେଦନା । ଓମ୍ ଶାନ୍ତି ।”