ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସୁସ୍ଥ ବିଶ୍ୱ ଗଠନ କରିବା ପାଇଁ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ସରକାର ସ୍ୱାସ୍ଥ୍ୟସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ କରିବା ଜାରି ରଖିବ । ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ ।
ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି:
“ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ, ଆସନ୍ତୁ ଆମେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ ଦୋହରାଇବା । ଆମ ସରକାର ସ୍ୱାସ୍ଥ୍ୟ ସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ ଜାରି ରଖିବ । ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ!”
SR
On World Health Day, let us reaffirm our commitment to building a healthier world. Our Government will keep focusing on healthcare and invest in different aspects of people’s well-being. Good health is the foundation of every thriving society! pic.twitter.com/2XEpVmPza9
— Narendra Modi (@narendramodi) April 7, 2025