Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମଣିପୁରର ନୋନି ଜିଲ୍ଲାରେ ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ବ୍ୟକ୍ତ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁରର ନୋନି ଜିଲ୍ଲାରେ ଭୟଙ୍କର ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଦୁଃଖ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବା ନେଇ ଘୋଷଣା ମଧ୍ୟ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ମଣିପୁରର ନୋନି ଜିଲ୍ଲାରେ ହୋଇଥିବା ଦୁଃଖଦ ବସ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମେବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନ କରୁଛି । ପ୍ରଭାବିତଙ୍କୁ ମଣିପୁର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ: ପ୍ରଧାନମନ୍ତ୍ରୀ @narendramodi

ବସ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi

 

SR