ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ହର୍ଦାରେ ଏକ ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ଲୋକଙ୍କ ଜୀବନହାନିରେ ଶୋକବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘ମଧ୍ୟପ୍ରଦେଶର ହରଦାରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁ ଲୋକଙ୍କ ଜୀବନହାନିରେ ମୁଁ ବ୍ୟଥିତ । ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ ମୋର ସମବେଦନା । ଆହତ ଶୀଘ୍ର ସୁସ୍ଥ ହେବାକୁ କାମନା କରୁଛି । ସ୍ଥାନୀୟ ପ୍ରଶାସନ ପକ୍ଷରୁ ପୀଡ଼ିତଙ୍କୁ ସବୁ ପ୍ରକାର ସହାୟତା ଯୋଗାଯାଉଛି ।
ପିଏମ୍ଏନ୍ଆର୍ଏଫ୍ରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ ।’
Distressed by the loss of lives due to the mishap at a cracker factory in Harda, Madhya Pradesh. Condolences to all those who have lost their loved ones. May those injured recover at the earliest. The local administration is assisting all those affected.
Rs. 2 lakh from PMNRF…
— PMO India (@PMOIndia) February 6, 2024
SR