ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜଭବନ, ଗାନ୍ଧିନଗର ଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ମୋରବି ସ୍ଥିତି ସମୀକ୍ଷା କରିଛନ୍ତି ।
ମୋରବି ଠାରେ ହୋଇଥିବା ଦୁଃଖଦ ଦୁର୍ଘଟଣା ପରେ ହୋଇଥିବା ଉଦ୍ଧାର ଓ ରିଲିଫ କାର୍ଯ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି । ଦୁର୍ଘଟଣାର ସମସ୍ତ ଦିଗ ସମ୍ପର୍କରେ ଆଲୋଚନା ହୋଇଛି । ପ୍ରଭାବିତଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ ସୁନିଶ୍ଚିତ କରିବାକୁ ପ୍ରଧାନମନ୍ତ୍ରୀ ପୁଣି ଥରେ ଗୁରୁତ୍ୱ ପ୍ରଦାନ କରିଛନ୍ତି ।
ଏହି ଉଚ୍ଚସ୍ତରୀୟ ବୈଠକରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଗୃହ ରାଷ୍ଟ୍ର ମନ୍ତ୍ରୀ ହର୍ଷ ସାଙ୍ଗଭି, ଗୁଜୁରାଟ ମୁଖ୍ୟ ଶାସନ ସଚିବ ଓ ପୁଲିସ ମହାନିର୍ଦ୍ଦେଶକଙ୍କ ସହ ଗୃହ ବିଭାଗ ଓ ଗୁଜୁରାଟ ରାଜ୍ୟ ବିପର୍ଯ୍ୟୟ ପ୍ରବନ୍ଧନ କର୍ତ୍ତୃପକ୍ଷଙ୍କ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ।
SR