ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଆଜି ହୋଇଥିବା ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
“ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଦୁର୍ଘଟଣା ଯୋଗୁ ପ୍ରାଣହାନି ପାଇଁ ଗଭୀର ଦୁଃଖିତ । ଯେଉଁମାନେ ପରିଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତଙ୍କୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦିଆଯାଉଛି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: @narendramodi ”
SR
Deeply saddened by the loss of lives in the accident on Jaipur-Ajmer highway in Rajasthan. Condolences to those who lost their loved ones. May the injured recover soon. The local administration is assisting those affected.
— PMO India (@PMOIndia) December 20, 2024
An ex-gratia of Rs. 2 lakh from PMNRF would be given to…